ଗ୍ରୀଣ୍ଡୁଲ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

Oct 24, 2025 - 04:19
 0  21
ଗ୍ରୀଣ୍ଡୁଲ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ

ଗ୍ରୀଣ୍ଡୁଲ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ 

ଗୋଲାମୁଣ୍ଡା,୨୩/୧୦(ଶୁଭମ ବାର୍ତ୍ତା):ଗୋଲାମୁଣ୍ଡା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ଅନ୍ତର୍ଗତ ଗ୍ରୀଣ୍ଡୋଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଗ୍ରୀଣ୍ଡୋଲ ଆଞ୍ଚଳିକ ସାଧନ କେନ୍ଦ୍ର ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ୨୦୨୫ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ସି.ଆର.ସି.ସି ଗଜିନ୍ଦ୍ର ନାଏକ ଙ୍କ ଆବାହକତ୍ଵ କ୍ରମେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ମାନଝରୀ ଗ୍ରାମପଞ୍ଚାୟତ ର ସରପଞ୍ଚ ଜଗୁଜିବନ ଅଘ୍ରିଆ ,ସମ୍ମାନିତ ଅତିଥି ଭାବରେ ସମାଜ ସେବୀ ଶ୍ୟାମସୁନ୍ଦର ଅଗ୍ରୱାଲା, ଯୁବ ସାମ୍ବାଦିକ ବ୍ରହ୍ମା ପ୍ରସାଦ କାଣ୍ଡ ଗ୍ରୀଣ୍ଡୋଲ କେନ୍ଦ୍ର ପ୍ରାଥମିକ ବିଦ୍ୟାଳୟ ର ପ୍ରଧାନ ଶିକ୍ଷୟିତ୍ରୀ ସଞ୍ଜୁକ୍ତା ମିଶ୍ର, ଉଦେଶୃଙ୍ଗ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ସହକାରୀ ଶିକ୍ଷକ ବାସୁଦେବ ମେହେର ପ୍ରମୁଖ କାର୍ଯ୍ୟକ୍ରମରେ ଯୋଗ ଦେଇ ମଞ୍ଚାସିନ ହୋଇଥିଲେ। ଡୁଡୁକେଲ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଭିମନ୍ୟୁ ଦାଶ ମଞ୍ଚ ପରିଚାଳନା କରିଥିବା ବେଳେ ଶିକ୍ଷକ ଟଙ୍କଧର ,ସୁନିଲ କୁମାର ମୁଣ୍ଡ , ରିଚେକ ଭାଟି , ବିହାରୀ ନାଏକ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିବା ବେଳେ କ୍ଳଷ୍ଟର ର ସମସ୍ତ ସ୍କୁଲରୁ ଆସିଥିବା ଛାତ୍ରଛାତ୍ରୀ ମାନେ ବିଭିନ୍ନ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିଥିଲେ । ବକ୍ତୃତା, ପ୍ରବନ୍ଧ, କୁଇଜ, ସଙ୍ଗୀତ, ସୃଜନଶୀଳ ଲିଖନ, ଚିତ୍ରାଙ୍କନ ଆଦି ଭଳି ବିଭିନ୍ନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତା ରେ ପ୍ରଥମ ସ୍ଥାନ ଅଧିକାର କରିଥିବା କୃତି ପ୍ରତିଯୋଗୀ ବ୍ଲକ ସ୍ତରୀୟ ପ୍ରତିଯୋଗିତାରେ ଅଂଶ ଗ୍ରହଣ କରିପାରିବେ ବୋଲି ସ୍ଥାନୀୟ ସି ଆର ସି ସି ଶ୍ରୀ ନାଏକ ପ୍ରକାଶ କରିଥିଲେ।

ଗୋଲାମୁଣ୍ଡା ବ୍ଲକ ରୁ ଉପେନ୍ଦ୍ର ବଗର୍ତ୍ତି ଙ୍କ ରିପୋର୍ଟ ଶୁଭମ ବାର୍ତ୍ତା

What's Your Reaction?

like

dislike

love

funny

angry

sad

wow