ନର୍ଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି' ଆୟୋଜିତ,

Nov 1, 2026 - 12:36
 0  13
ନର୍ଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି' ଆୟୋଜିତ,

ନର୍ଲା ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି' ଆୟୋଜିତ,

ନର୍ଲା ଶୁଭମ ବାର୍ତ୍ତା (ତ୍ରିଲୋଚନ ଗୌଡ଼ ):- ନର୍ଲା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି' ଆୟୋଜିତ ହୋଇଯାଇଛି। ଏହି ଅବସରରେ ବ୍ଲକର ୧୭ ଗୋଟି କ୍ଲଷ୍ଟରରୁ ପ୍ରଥମ ହୋଇ ଆସି ଥିବା ଶିକ୍ଷାର୍ଥୀମାନଙ୍କ ମଧ୍ୟରେ ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ସଙ୍ଗୀତ, କୁଇଜ୍, ସୃଜନଶୀଳ ଲିଖନ, ବକ୍ତୃତା, ଓଡ଼ିଆ ହସ୍ତାକ୍ଷର ଓ ଶ୍ରୁତଲିଖନ, ଦଳଗତ ସାଂସ୍କୃତିକ କାର୍ଯ୍ୟକ୍ରମ, ପିଏମ୍ ପୋଷଣ ଓ ମୁଖ୍ୟମନ୍ତ୍ରୀ ପୋଷଣ ଚିତ୍ରକଳା ଓ ଶିଳ୍ପକଳା ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏଥିସହ ଶିଶୁ ଶ୍ରମମୁକ୍ତ ଗ୍ରାମପଞ୍ଚାୟତ ସଚେତନତା ଅଭିଯାନ ଅନ୍ତର୍ଗତ ବ୍ଲକ ସ୍ତରୀୟ ନିବନ୍ଧ ଓ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଗୋଷ୍ଠୀ ଶିକ୍ଷା ଅଧିକାରୀ ମଧୁସ୍ମିତା ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିପିନ ବିହାରୀ ଦୀପ, ମୁଖ୍ୟ ବକ୍ତା ଭାବେ କଳାହାଣ୍ଡି ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତପିମଣି ଜାନୀ, ବିଶିଷ୍ଟ ଅତିଥି ଭାବେ ସାଂସଦ ପ୍ରତିନିଧି ଅନିରୁଦ୍ଧ ପଧାନ, ସମ୍ମାନିତ ଅତିଥି ଭାବେ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ତଥା ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ଗୋବର୍ଦ୍ଧନ ମାଝୀ, ସେକ୍ସନ ଅଫିସର ଟଙ୍କଧର ସାହୁ ପ୍ରମୁଖ ମଞ୍ଚାସୀନ ରହି କୃତୀ ଶିକ୍ଷାର୍ଥୀମାନଙ୍କୁ ପୁରସ୍କୃତ କରିଥିଲେ। ଶିକ୍ଷକ ଅନୀଲ କୁମାର ସାହୁ ମଞ୍ଚ ପରିଚାଳନା କରିଥିବା ବେଳେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଶିକ୍ଷକ ଅର୍ଜୁନ ବାଗ, ଶିଶିର କୁମାର ବେହେରା, ଚକ୍ରଧର ସା ଓ ସୁଧୀର କୁମାର ଧଙ୍ଗଡ଼ାମାଝୀ ସମୀକ୍ଷା କରିଥିଲେ। କାର୍ଯ୍ୟକ୍ରମ ପରିଚାଳନାରେ ସମସ୍ତ ଆଞ୍ଚଳିକ ସାଧନ କେନ୍ଦ୍ର ସଂଯୋଜକ, ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟର ସମସ୍ତ କର୍ମଚାରୀ ତଥା ଶିକ୍ଷକ ଶିକ୍ଷୟିତ୍ରୀମାନେ ସହଯୋଗ କରିଥିଲେ। ଏଥିରେ ଶ୍ରେଷ୍ଠ ପ୍ରଦର୍ଶନ କରିଥିବା ଶିକ୍ଷାର୍ଥୀମାନେ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ 'ସୁରଭି'ରେ ଅଂଶଗ୍ରହଣ କରିବେ।

What's Your Reaction?

like

dislike

love

funny

angry

sad

wow