ଅକ୍ଟୋବର ୮ରେ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ୪ ଦଫା ଦାବିରେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବେ ବିରୋଧୀ,
ଅକ୍ଟୋବର ୮ରେ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ, ୪ ଦଫା ଦାବିରେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବେ ବିରୋଧୀ,
କଳାହାଣ୍ଡି ଶୁଭମ ବାର୍ତ୍ତା :-ଇଣ୍ଡି ମେଣ୍ଟ ପକ୍ଷରୁ ଅକ୍ଟୋବର ୮, ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯିବ ବୋଲି ସୂଚନା ଦେଇଛନ୍ତି ବିରୋଧୀ । ବନ୍ଦ ସମୟରେ ରେଳ, ବସ୍ ଓ ଅନ୍ୟାନ୍ୟ ସରକାରୀ ବେସରକାରୀ ଯାନବାହନ ଚଳାଚଳ ବନ୍ଦ କରିବାକୁ ଆହ୍ୱାନ ଦିଆଯାଇଛି ।ତେବେ ହସ୍ପିଟାଲ, ଆମ୍ବୁଲାନ୍ସ, ମେଡିକାଲ ଷ୍ଟୋର ସମେତ ସମସ୍ତ ଜରୁରୀକାଳୀନ ସେବାକୁ ବନ୍ଦରୁ ବାଦ ଦିଆଯିବ । ଏହା ସହିତ ଅଷ୍ଟମ ଓ ନବମ ଶ୍ରେଣୀର ପରୀକ୍ଷା ଦେଉଥିବା ଛାତ୍ରଛାତ୍ରୀଙ୍କୁ କୌଣସି ଅସୁବିଧା ନହୁଏ ସେଥିପ୍ରତି ଧ୍ୟାନ ଦିଆଯିବ । ଇଣ୍ଡି ମେଣ୍ଟର ନେତାମାନେ କହିଛନ୍ତି ଯେ, ଚାରିଟି ମୁଖ୍ୟ ଦାବିକୁ ନେଇ ଏହି ବନ୍ଦ ଡାକରା ଦିଆଯାଇଛି । ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଓ ବହିଷ୍କାର, ଏମ୍ଏମ୍ଡିଆର୍ (MMDR) ସଂଶୋଧିତ ଆଇନ ପ୍ରତ୍ୟାହାର, ବନ୍ୟା ପୀଡ଼ିତଙ୍କୁ ଯଥେଷ୍ଟ ସହାୟତା ଓ ପୁନର୍ବାସ, ପାଠ୍ୟପୁସ୍ତକ ଅନିୟମିତତା ଓ ଶିକ୍ଷା ବ୍ୟବସ୍ଥାରେ ଦୁର୍ନୀତି ପ୍ରସଙ୍ଗରେ ସମ୍ପୃକ୍ତ ମନ୍ତ୍ରୀଙ୍କ ଇସ୍ତଫା ଦାବି କରାଯାଇଛି ।
What's Your Reaction?