ବେସରକାରୀ ଅଧ୍ୟାପକ ଓ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ।
ବେସରକାରୀ ଅଧ୍ୟାପକ ଓ କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ।
ଶୁଭମ ବାର୍ତ୍ତା :- ଗୋଲାମୁଣ୍ଡା କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ ସାନଚେରଗାଁ ବସ୍ତରାଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଫାଟକ ସମ୍ମୁଖରେ ବେସରକାରୀ ଅଧ୍ୟାପକ ଓ କର୍ମଚାରୀମାନେ କାର୍ଯ୍ୟାବନ୍ଦ ଆନ୍ଦୋଳନ କରିଥିବା ଦେଖିବାକୁ ମିଳିଛି। ସୂଚନାରୁ ପ୍ରକାଶ ଉକ୍ତ ବିଦ୍ୟାଳୟ କର୍ମଚାରୀମାନେ ୨୦୦୮ ମସିହାରେ ପରିଚାଳନା କମିଟି ଦ୍ୱାରା ନିଯୁକ୍ତି ପାଇ ଆଜକୁ ୨୦୨୫ ପର୍ଯ୍ୟନ୍ତ କାର୍ଯ୍ୟରତ ଅଛନ୍ତି । ହେଲେ ସରକାର ଆଜି ପର୍ଯ୍ୟନ୍ତ କର୍ମଚାରୀଙ୍କ ପ୍ରତି ସରକାରୀ ମାନ୍ୟତା ଦେଇ ନାହାନ୍ତି । ଏ ନେଇ ଓଡିଶା ରାଜ୍ୟ ବେସରକାରୀ ଅଧ୍ୟାପକ ଓ କର୍ମଚାରୀ ସଂଘର ଆହ୍ୱାନ କ୍ରମେ ବିଦ୍ୟାଳୟ ପରିଚାଳନା କମିଟି ପକ୍ଷରୁ ୨୦୦୮ ମସିହାରୁ ୨୦୧୮ ମସିହା ପର୍ଯ୍ୟନ୍ତ ନିଯୁକ୍ତ ସମସ୍ତ ଅଧ୍ୟାପକ ଓ କର୍ମଚାରୀମାନଙ୍କୁ ସରକାରୀ ଅନୁଦାନ ପ୍ରଦାନ ନିମନ୍ତେ ସଙ୍ଘ ସଭାପତି ବିଶ୍ୱରଞ୍ଜନ ଦାସଙ୍କ ନିର୍ଦେଶକ୍ରମେ ସମସ୍ତ ରାଜ୍ୟରେ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଚାଲୁରହିଛି । ସରକାର ବେସରକାରୀ ଅଧ୍ୟାପକ ଓ କର୍ମଚାରୀଙ୍କ ଦାବିଗୁଡିକ ନ ଶୁଣନ୍ତି ଅନିର୍ଦ୍ଧିଷ୍ଟ କାଳ ପାଇଁ କାର୍ଯ୍ୟବନ୍ଦ ଆନ୍ଦୋଳନ ଜାରି ରହିବ ବୋଲି କହିଛନ୍ତି।
ଗୋଲାମୁଣ୍ଡା ବ୍ଲକ ରୁ ଉପେନ୍ଦ୍ର ବଗର୍ତ୍ତି ଙ୍କ ରିପୋର୍ଟ ଶୁଭମ ବାର୍ତ୍ତା
What's Your Reaction?