ଗୋଲାମୁଣ୍ଡା ବ୍ଳକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ,
ଗୋଲାମୁଣ୍ଡା ବ୍ଳକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ,
ଗୋଲାମୁଣ୍ଡା -୨୧/୦୬(ଶୁଭମ ବାର୍ତ୍ତା) ଯୋଗ ଭାରତର ପ୍ରାଚୀନ ସଂସ୍କୃତିର ଏକ ଅମୂଲ୍ୟ ଉପହାର । ଏହା ମନ ଏବଂ ଶରୀରକୁ ସଂଯୋଗ; ଚିନ୍ତା ଏବଂ କ୍ରିୟା; ସଂଯମ ଏବଂ ପୂର୍ଣ୍ଣତା; ମନୁଷ୍ୟ ଏବଂ ପ୍ରକୃତି ସହ ସଂଗତି; ସ୍ୱାସ୍ଥ୍ୟ ଏବଂ ସମୃଦ୍ଧି ପାଇଁ ଏକ ସିଦ୍ଧ ଉପଚାର ଅଟେ । ଏହା କେବଳ ଏକ ବ୍ୟାୟାମ ନୁହେଁ ନିଜ ଭିତରେ ଜଗତ ଏବଂ ପ୍ରକୃତି ସହ ଏକାଗ୍ରତା ଆବିଷ୍କାର କରିବାକୁ ହୋଇଥାଏ, ଚେତନା ଉଦ୍ରେକକରି ଆମ ଜୀବନଶୈଳୀରେ ପରିବର୍ତ୍ତନ ଆଣି ଆମ ପାରିପାର୍ଶ୍ୱିକ ଜଗତରେ ସହ ଖାପ ଖୁଆଇ ଚାଲିବାରେ ସହଯୋଗ କରେ । ଜୁନ ୨୧ ଗ୍ରୀଷ୍ଣ ସଂକ୍ରାନ୍ତିରେ ସୂର୍ଯ୍ୟ ଦକ୍ଷିଣାୟନ ମୋଡ଼ ନେଇଥାନ୍ତି, ଏହି ଦିନକୁ ଆନ୍ତର୍ଜାତିକ ଯୋଗ ଦିବସ ଭାବେ ନରେନ୍ଦ୍ର ମୋଦୀ ପ୍ରସ୍ତାବ ଦେଇ ଉପସ୍ଥାପନ କରିଥିଲେ ଯେ ଉତ୍ତର ଗୋଲାର୍ଦ୍ଧରେ ପୁରା ବର୍ଷରେ ଏହି ଦିନର ଅବଧି ବଡ଼ ହୋଇଥିବା ସହ ବିଶ୍ୱରେ ବିଭିନ୍ନ ସ୍ଥାନରେ ଏହିଦିନର ମହତ୍ୱ ଅଛି । ଏହି ଅବସରରେ ଗୋଲାମୁଣ୍ଡା ପଞ୍ଚାୟତ ସମିତି ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ଗୋଲାମୁଣ୍ଡା ବିଜୁ କଲ୍ୟାଣ ମଣ୍ଡପ ଠାରେ ଆୟୋଜିତ ହୋଇଯାଇଛି। ଗୋଲାମୁଣ୍ଡା ବିଡ଼ିଓ ବିଶ୍ବନାଥ ରାଉତ ଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ, ତହସିଲଦାର ଚନ୍ଦନ କୁମାର ନାଏକ,ଗୋଷ୍ଠୀ ଶିକ୍ଷା ଅଧିକାରୀ ରାଜେଶ ନାୟକ , ଗୋଲାମୁଣ୍ଡା ଥାନା ଅଧିକାରୀ ଜ୍ୟୋତି ପ୍ରକାଶ ତାଣ୍ଡି , ଯୋଗଗୁରୁ ସ୍ବାମୀ ସତ୍ୟ ସ୍ବରୂପାନନ୍ଦ ସରସ୍ବତୀ, ସହଯୋଗୀ ଯୋଗ ଶିକ୍ଷକ ବ୍ରହ୍ମା ପ୍ରସାଦ କାଣ୍ଡ , ସମାଜ ସେବୀ ଶ୍ୟାମସୁନ୍ଦର ଅଗ୍ରୱାଲା,ସରକାରୀ ଯନ୍ତ୍ରୀ ଚିତ୍ତରଞ୍ଜନ ଜେନା, ରବିନ୍ଦ୍ର କୁମାର ପଟ୍ଟନାୟକ, ପ୍ରଦିପ କୁମାର ପଣ୍ଡା ଙ୍କ ସହିତ ଗୋଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଶିକ୍ଷା ବିଭାଗ, ବ୍ଳକ, ତହସିଲ, ଆଶାକର୍ମୀ, ସ୍ବାସ୍ଥ୍ୟ କର୍ମୀ ସହ ଅନେ ଲୋକ ଉପସ୍ଥିତ ରେ ଗୋଲାମୁଣ୍ଡା ବ୍ଳକ ସ୍ତରୀୟ ଅନ୍ତର୍ଜାତୀୟ ଯୋଗ ଦିବସ ଅନୁଷ୍ଠିତ ହୋଇଯାଇଛି ।
ଗୋଲାମୁଣ୍ଡା ବ୍ଲକ ରୁ ଉପେନ୍ଦ୍ର ବଗର୍ତ୍ତି ଙ୍କ ରିପୋର୍ଟ ଶୁଭମ ବାର୍ତ୍ତା
What's Your Reaction?